ଭଦ୍ରକରୁ ନକଲି ଜର୍ଦ୍ଦା ଜବତ

ଭଦ୍ରକ,୨୩ ।୧ : ରାଜ୍ୟର ସବୁଆଡୁ ଏବେ ଭେଜାଲ ମାଲ୍ ଜବତ ହେବାରେ ଲାଗିଛି । ଆହରି ମଧ୍ୟରେ ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ବିପୁଳ ପରିମାଣରେ ନକଲି ଜର୍ଦ୍ଦା ଜବତ ହୋଇଛି । ଜବତ ଜର୍ଦ୍ଦାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡିଛି । କିନ୍ତୁ ଘଟଣାସ୍ଥଳରୁ ପୋଲିସ ଆଖିରେ ଧୂଳି ଦେଇ ଅଭିଯୁକ୍ତ ଚମ୍ପଟ ମାରିବାରେ ସଫଳ ହୋଇଛି ।

ତେବେ ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକ ମହଲା ଅଞ୍ଚଳରେ ଏକ ଘରେ ନକଲି ଜର୍ଦ୍ଦା କାରଖାନା ଚାଲୁଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା । ରାତିରେ ପୁରୁଣାବଜାର ପୋଲିସର ଏକ ଟିମ୍ ସମ୍ପୃକ୍ତ ଅଞ୍ଚଳରେ ଚଢ଼ାଉ କରି, ବିପୁଳ ପରିମାଣର ନକଲି ଜ଼ର୍ଦ୍ଦା, ବିଭିନ୍ନ ନାମିଦାମୀ କମ୍ପାନୀର ଲୋଗୋ ଓ ଯନ୍ତ୍ରାଂଶ ସହ ଏଥିରେ ବ୍ୟବହୃତ ଅନେକ ସାମଗ୍ରୀ ଜବତ କରିଛି । କିନ୍ତୁ ଏହି ନକଲି ଜ଼ର୍ଦ୍ଦା କାରବାରରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ଅସଫଳ ରହିଛି ।

Comments are closed.