ହସ୍ପିଟାଲ​‌ରେ ଭର୍ତ୍ତି ହେଲେ ରାଷ୍ଟ୍ରପତି, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସକାଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲକୁ ନିଆଯାଇଛି। ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ଜଣାପଡିଛି । ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଛି।

ଅସୁସ୍ଥ ହେବା ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ପୁଅ ପ୍ରଶାନ୍ତ କୁମାର କୋବିନ୍ଦଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଗତ ୨୦ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଉରକେଲାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ଶୁଭ ଉଦଘାଟନ କରିବା ସହ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ।

ତେବେ କିଛି ଦିନ ପୂର୍ବରୁ ରାଷ୍ଟ୍ରପତି କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ। ସେ ନିଜେ ତାଙ୍କ ସ୍ତ୍ରୀଙ୍କ ସହ ଡାକ୍ତରଖାନା ଯାଇ ଟିକା ନେଇଥିଲେ।

Comments are closed.