ଠିକା କର୍ମଚାରୀଙ୍କ ଦରମା ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୭ା୩(ଅସମାପିକା ସାହୁ): ସେବା ପ୍ରଦାନକାରୀ ସଂସ୍ଥା ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଠିକା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣି ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।

 

ସୂଚନାଯୋଗ୍ୟ, ଏହି ଠିକା କର୍ମଚାରୀମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସମ୍ପର୍କରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ। ତଦନ୍ତୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

 

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି।

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।

୩. ଠିକା କର୍ମଚାରୀ ଓ ସେବା ପ୍ରଦାନକାରୀ ସଂସ୍ଥା ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୪. ଅଭିଜ୍ଞତା ଥିବା କର୍ମଚାରୀମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ୫ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ୧ ହଜାର ଟଙ୍କା ମିଳିବ।

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ।

୬. ଠିକା କର୍ମଚାରୀଙ୍କର ଅଭିଯୋଗ ଶୁଣାଣି ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ ଜିଏ ଏବଂ ପିଜି ବିଭାଗ ସିଏମ୍‌ଜିଆଇ ଜରିଆରେ ଏକ ସଫ୍ଟଓ୍ବେୟର ଆପ୍ଲିକେଶନ ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ।

୮. ଯେଉଁ ଠିକା କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।

ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ ସର୍ଭିସ ପ୍ରୋଭାଇିଡିଂ ଏଜେନ୍ସିମାନଙ୍କ ସହିତ ଅତିରିକ୍ତ ଚୁକ୍ତି କରିବେ।

Comments are closed.