୧ରୁ୩ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ଘନଉଛି ଲଘୁଚାପ। ଆସନ୍ତା ୪୮ ଘଣ୍ଟାରେ ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ସ୍ପଷ୍ଟ ଲଘୁଚାପ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ମୁହାଁ ହେବ। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧ରୁ ୩ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଥିବା ବୁଲେଟିନ୍‌ ଅନୁସାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲା ଗୋଟିଏରୁ ଦୁଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା କେତେକ ଜିଲ୍ଲାରେ ବଜ୍ରପାତ ଓ ଘଡ଼ିଘଡ଼ି ମାରିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

 

Comments are closed.