୩ ଦିନ ଯାଏଁ ପ୍ରବଳ ଛେଚିବ !

ଭୁବନେଶ୍ୱର :ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ତିନି ଦିନ ଯାଏଁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିବ । ଏହାର ପ୍ରଭାବରେ ଓଡିଶା ସମେତ ଆନ୍ଧ୍ରପ୍ରଦେଶ ଓ କର୍ଣ୍ଣାଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ ଓ ଗଜପତିରେ ପ୍ରବଳ ବର୍ଷିବାର ଆଶଙ୍କା ରହିଛି । ଏହା ସହ ଗଞ୍ଜାମ, ନୂଆପଡା, ନୟାଗଡ, ମୟୂରଭଞ୍ଜ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ ସମେତ ଭୁବନେଶ୍ୱର ବର୍ଷା ଜାରି ରହିବ ।

ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଲାଗି ଆନ୍ଧ୍ରପ୍ରଦେଶରେ ରେଡ୍ ଓ ୨୩ ଓ ୨୪ ତାରିଖରେ ଓଡ଼ିଶା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨୫ ଯାଏଁ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.