‘ବୁଲ୍‌ବୁଲ୍‌’ ନେଲା ବାତ୍ୟାର ରୂପ

ଭୁୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିପ୍ରେସନ୍ ବାତ୍ୟାରେ ପରିଣତ ହୋଇଛି । ସାଇକ୍ଲୋନିକ ଷ୍ଟର୍ମ ‘ବୁଲବୁଲ୍’ ଏବେ ପାରାଦୀପଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଛି । ଘଣ୍ଟା ପ୍ରତି ୫ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି ବାତ୍ୟା ‘ବୁଲବୁଲ’ । ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହୋଇ ଗତି କରୁଛି ଏହି ବାତ୍ୟା । ଏହାର ପ୍ରଭାବରେ ଉତ୍ତର ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୯ ଓ ୧୦ରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବା ପରେ ୩୬ ଘଣ୍ଟା ମଧ୍ୟରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବାର ଆଶଙ୍କା ରହିଛି ।

Comments are closed.