୨ ସପ୍ତାହରେ ୨ଟି ଲଘୁଚାପ !

ଭୁବନେଶ୍ୱର: କିଛି ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିସାରିଲାଣି। ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।ଯେଉଁ ଖବର ରାଜ୍ୟବାସୀଙ୍କୁ ଟିକିଏ ଆଶ୍ୱସ୍ତି ଦେଇଛି।

ଶ୍ରୀ ଦାସଙ୍କ ସୂଚନା ଅନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ। ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।

ସେପ୍ଟେମ୍ବର ୪ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରଲଘୁଚାପହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେଥିପାଇଁ ୪ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.