ରାଜ୍ୟରେ ଆଉ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ୨୧୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୯ ଓ ସ୍ଥାନୀୟ ଅଞ୍ଚଳରୁ ୮୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨୦ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ହଜାର ୮୦୯ ରହିଥିବା ବେଳେ ୧୮୩୭ ଜଣ ଚିକିତ୍ସିତ ହେଉଛନ୍ତି ।

ତେବେ ଆଜି ବରଗଡ ଜିଲ୍ଲାରୁ ସର୍ବାଧିକ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ନୂଆପଡା ଜିଲ୍ଲାରୁ ୨୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ ଜଣ, ଅନୁଗୁଳ ଜିଲ୍ଲାରୁ ୧୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୧୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.