ବୁର୍ଲା ଭିସୁଟର ୨୫ ଛାତ୍ରଛାତ୍ରୀ କରୋନା ପଜିଟିଭ୍

ସମ୍ବଲପୁର, ୨୭ା୨ : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ବା ଭିସୁଟର ୨୫ ଜଣ ଛାତ୍ରଛାତ୍ରୀ ଆଜି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଦିନ ଭିତରେ ୩ଟି ହଷ୍ଟେଲରୁ ୨୫ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୬ ଜଣ ଛାତ୍ରଛାତ୍ରୀ ଅନ୍ୟତ୍ର ହଷ୍ଟେଲରେ ରହି ଚିକିତ୍ସିତ ହେଉଛନ୍ତି । ତେଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନକୁ ନ ଆସିବାକୁ କୁଳପତି ଅନୁରୋଧ କରିଛନ୍ତି ।

ତେବେ ଦେଶର ୫ଟି ରାଜ୍ୟରେ କରୋନାର ପୁଣି ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଆଉ ୮୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫୧ ଓ ସ୍ଥାନୀୟ ଅଞ୍ଚଳରୁ ୩୫ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୦୪କୁ ବୃଦ୍ଧି ପାଇଛି । ୩ ଲକ୍ଷ ୩୪ ହଜାର ୪୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ବି ୬୭୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି।

Comments are closed.