ଆହୁରି ୩ ଦିନ ବର୍ଷା ; ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିପାରେ

ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆହୁରି ତିନି ଦିନ ବର୍ଷିବ। ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ତିନି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଶନିବାର ଓ ରବିବାର ମଧ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି।

Comments are closed.