ବିଗୁଡୁଛି ସ୍ଥିତି ! ରାଜ୍ୟରେ ଆଜି ୪୬୧ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ପଜିଟିଭଙ୍କ ସଂଖ୍ୟା ୪୦୦ ଟପିଛି । ଆଜି ପୁଣି ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୧୨ ରହିଥିବା ବେଳେ ୨୫୮୬ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ନୂଆପଡା ଜିଲ୍ଲାରୁ ସର୍ବାଧିକ ୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୨୭ ଜଣ, ବାଲେଶ୍ବରରୁ ୧୬ ଜଣ, ବରଗଡ଼ରୁ ୩୨ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୨୨ ଜଣ, ଗଞ୍ଜାମରୁ ୫ ଜଣ, ଯାଜପୁରରୁ ୮ ଜଣ, ଝାରସୁୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୩୬ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୯ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୯ ଜଣ, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି।

Comments are closed.