ଦେଶରେ ଦିନକରେ ୨୭୪୫ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୪୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ସଂକ୍ରମଣ ବୃଦ୍ଧି ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା କମ ରହିଛି । ଦିନକରେ ୬ ଜଣଙ୍କ ଜୀବନ ନେଇଛି ମହାମାରୀ । ଏହାସହ ୨,୨୩୬ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ ୧୮ ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୮,୩୮୬ ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୦.୬୦% ରହିଛି । ଦେଶରେ ଏଯାବତ ୪୨,୬୧,୭୮,୧୦ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ୫,୨୪,୬୩୬ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧, ୯୩, ୫୭, ୨୦, ୮୦୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

Comments are closed.