ଆଜି ରାଜ୍ୟରେ ୦୯ କରୋନା ପଜିଟିଭ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୭୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, କଟକ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୨୨୧୪ଜଣ ସୁସ୍ଥ ହୋଇଛନ୍ତି ।

Comments are closed.