ଅବସର ନେଲେ ମିତାଲି ରାଜ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଭାରତୀୟ ମହିଳା ଦଳର ଅଧିନାୟକ ମିତାଲି ରାଜ୍ । ମିତାଲି ଗତ ୨୩ ବର୍ଷ ଧରି ଭାରତ ପାଇଁ କ୍ରିକେଟ ଖେଳୁଥିଲେ । ତେବେ ସେ ବୁଧବାର ୩୯ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ୟାସ ନେଇଛନ୍ତି । ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଥିବା ମିତାଲିଙ୍କ କ୍ୟାରିୟରରେ ସେ ଅନେକ ସଫଳତା ତାଙ୍କ ନାମରେ କରିଥିଲେ । ମହିଳା ଦିନିକିଆରେ ସର୍ବାଧିକ ରନ ହାସଲ କରିବାର ରେକର୍ଡ ମିତାଲିଙ୍କ ନାଁରେ ରହିଛି । କିନ୍ତୁ ଏତେ ବର୍ଷର କ୍ରିକେଟ କ୍ୟାରିୟର ଭିତରେ ବିଶ୍ୱକପ ଜିତିବାର ସ୍ୱପ୍ନ ପୂରଣ ହୋଇପାରିନାହିଁ ।

ଆଜି ମିତାଲି ଟ୍ୱିଟ କରି ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି, ଦୀର୍ଘ ବର୍ଷ ହେଲା ଆପଣମାନଙ୍କ ସହଯୋଗ ଓ ସମର୍ଥନ ପାଇଁ ଧନ୍ୟବାଦ । ମୁଁ ଆପଣମାନଙ୍କ ସମର୍ଥନ ଓ ଆର୍ଶୀବାଦ ସହ ଦ୍ୱିତୀୟ ଇନିଂସ ଆରମ୍ଭ କରିବାକୁ ଯାଉଛି । ସେ ବିଶେଷ ଭାବରେ ବିସିସିଆଇ ଓ ବିସିସିଆଇ ସମ୍ପାଦକ ଜୟ ଶାହଙ୍କୁ ଧନ୍ୟବାଦ ଦେଇଛନ୍ତି । ପ୍ରଥମେ ଖେଳାଳି ଓ ପରେ ଭାରତୀୟ ମହିଳା ଟିମ୍‌ କ୍ୟାପ୍ଟେନ ଭାବେ ମୋତେ ବହୁତ ସମର୍ଥନ ମିଳିଛି। ଭାରତର ନେତୃତ୍ୱ ଦୀର୍ଘ ବର୍ଷ ଧରି ନେବା ଗର୍ବର ବିଷୟ। ମୋ ୨୩ ବର୍ଷର ଯାତ୍ରା ସମ୍ଭବତଃ ଶେଷ ହୋଇ ଯାଇଛି। କିନ୍ତୁ ମୁଁ ଯେଉଁ ଖେଳକୁ ଏତେ ଭଲ ପାଉଛି, ନିଶ୍ଚିତ ତା’ ସହ ଯୋଡ଼ି ହୋଇ ରହିବି। ଭାରତ ତଥା ବିଶ୍ୱରେ ମହିଳା କ୍ରିକେଟର ଉନ୍ନତି ପାଇଁ ମୁଁ ଯଥା ସମ୍ଭବ ଚେଷ୍ଟା କରିବି ବୋଲି ମିତାଲି ରାଜ୍ ଟ୍ୱିଟ କରି କହିଛନ୍ତି ।

Comments are closed.