ଡ଼ାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷା
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଜୁନ୍ ୨ ତାରିଖରେ କରୋନା ପିଜିଟିଭ୍ ହେବା ପରେ ଏବେ ତାଙ୍କ ଅବସ୍ଥା ଜଟିଳ ହେବାରୁ ତାଙ୍କୁ ନୂଆଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଓ ତାଙ୍କ ସ୍ବାସ୍ଥାବସ୍ଥାର ନୀରିକ୍ଷଣ ପାଇଁ ତାଙ୍କୁ ଆଉ କିଛି ଦିନ ହସ୍ପିଟାଲ୍ରେ ରଖାଯିବ ବୋଲି ସୂଚନା ମିଳିଛି।
ସୋନିଆ ହସ୍ପିଟାଲ୍ରେ ଭର୍ତ୍ତି ହେବା ପରେ ଆଲ୍ ଇଣ୍ଡିଆ ମହିଳା କଂଗ୍ରେସ ପକ୍ଷରୁ ଟ୍ବିଟ୍ କରାଯାଇ ଲେଖାଯାଇଛି ଯେ ‘ଆମର ଆଦରଣୀୟ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଜୀଙ୍କ ଅତି ଶୀଘ୍ର ସୁସ୍ଥ ହେବା ନେଇ କାମନା କରୁଛୁ। ଲକ୍ଷ ଲକ୍ଷ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କର ଏହା ହିଁ ପ୍ରାର୍ଥନା।’
Comments are closed.