ଆଜିର ପେଟ୍ରୋଲ ଓ ଡିଜେଲ ଦର
ତେଲ ଦର ଆଜି ମଧ୍ୟ ସ୍ଥିର ରହିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୪୭ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ ଟଙ୍କା ୦୩ ପଇସା ହୋଇଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୩୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭ ଟଙ୍କା ୨୮ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।
Comments are closed.