ଶରୀରକୁ ସୁସ୍ଥ ରଖେ ଯୋଗ ,କିଏ କହିଲେ ଜାଣନ୍ତୁ

ନୂଆଦିଲ୍ଲୀ: ଆଜି ଆନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହିମାଚଳ ପ୍ରଦେଶର କାଙ୍ଗଡା ଫୋର୍ଟ ଠାରେ ‘ଆନ୍ତର୍ଜାତିକ ଯୋଗ ଦିବସ’ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଯୋଗ ଦିବସକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯୋଗ କେବଳ ଏକ ଶାରିରୀକ ବ୍ୟାୟମ ନୁହେଁ ବରଂ ଶରୀରକୁ ନୂଆ ଉର୍ଜା ଦେଇଥାଏ । କରୋନା ସମୟରେ ବିଶ୍ୱ ସମୁଦାୟକୁ ଯୋଗ ହିଁ ପ୍ରତିଷେଧମୂଳକ ସଦୃଶ ଔଷଧ ହୋଇଥିଲା । ସାମ୍ପ୍ରତିକ ଚାପଗ୍ରସ୍ତ ଦୁନିଆରେ ଯୋଗର ମହତ୍ୱ ବେଶ୍ ପ୍ରାସଙ୍ଗିକତା ହୋଇଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଆଜି ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ହିମାଚଳ ପ୍ରଦେଶର କାଙ୍ଗଡା ଫୋର୍ଟ ଠାରେ ଆୟୋଜିତ ‘ଯୋଗାଭ୍ୟାସ କାର୍ଯ୍ୟକ୍ରମ’ରେ ସାମିଲ ହେବା ଅବସରରେ ଶ୍ରୀ ପ୍ରଧାନ ଏହା କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗ ଦିବସର ସିଧାପ୍ରସାରଣ କାର୍ଯ୍ୟକ୍ରମକୁ ଦେଖିଥିଲେ । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୨୧ ତାରିଖକୁ ଆନ୍ତର୍ଜାତିକ ଯୋଗ ଦିବସ ଭାବରେ ପାଳନ କରିବା ପାଇଁ ଆମେରିକାର ମିଳିତ ଜାତିସଂଘ ସାଧାରଣ ପରିଷଦ ନିକଟରେ ଅପିଲ୍ କରିଥିଲେ । ଏହାକୁ ବିଶ୍ୱର ଅନେକ ଦେଶ ସମର୍ଥନ ଦେଇଥିବାରୁ ଆଜି ସାରା ବିଶ୍ୱରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଉଛି । ଚଳିତବର୍ଷ ‘ମାନବତା ପାଇଁ ଯୋଗ’ ଥିମକୁ ଲୋକପ୍ରିୟ କରିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛଛନ୍ତି ।

Comments are closed.