ବଜ୍ରାଘାତରେ ୧ ମୃତ ,୧ ଗୁରୁତର

ଢେଙ୍କାନାଳ(ନିହାର ରଞ୍ଜନ ସାହୁ) : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା କଣ୍ଡାରକାଟେଣୀ ଗାଁର ଅମିତ ମହାନ୍ତ । ଅମିତ ନିଜ ଘର ବାରଣ୍ଡାରେ ବସିଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ପରିବାର ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସେହିପରି ଭୁବନ ଥାନା କୁମୁରିସିଙ୍ଗା ଗାଁର ଜଣେ ବ୍ୟକ୍ତି ବଜ୍ରାଘାତରେ ଗୁରୁତର ହୋଇଛନ୍ତି । ଗୁରୁତର ଜଣଙ୍କ ହେଲେ ପତିତ ଦେହୁରୀ । ଘର ବାହାରେ ଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ତାଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Comments are closed.