ପୁଣି ରାଜଧାନୀରେ ମାସ୍କ ବାଧ୍ୟତାମୂଳକ
ଭୁବନେଶ୍ୱର : ରାଜ୍ୟରେ ଏବେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ। ଯାହାକୁ ନେଇ ବିଏମ୍ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ବସାଧାରଣ ସ୍ଥାନରେ ଏଣିକି ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ବିଏମ୍ସି ନିଷ୍ପତ୍ତି ନେଇଛି। ତେବେ ମାସ୍କ ପିନ୍ଧିବା ସହ ସାମାଜିକ ଦ୍ୱରତା ପାଳନ କରିବାକୁ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୭୫୭ ପହଞ୍ଚିଛି।
Comments are closed.