ମାଟ୍ରିକ ରେଜଲ୍ଟ କେବେ?

କଟକ: ଜୁଲାଇ ୫ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ। ଏନେଇ ସୋମବାର ବିଧିବଦ୍ଧ ଭାବେ ମାଧ୍ୟମିକ ବୋର୍ଡ ପକ୍ଷରୁ ଘୋଷଣା କରାଯାଇପାରେ। ଏହାର କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ। ଅନ୍ୟପଟେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ସୂଚନା ମୁତାବିକ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି ।

Comments are closed.