ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ଜୀବନ

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନ ସୋଲ୍‌ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଯାତ୍ରା ଦେଖି ଫେରୁଥିବା ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ।

କୁସୁମ ଡିହି ଗାଁର ରମେଶ କିଶାନ ଓ ରଞ୍ଜିତ କିଶାନ ବାଇକ୍‌ରେ ସୋଲକୁ ଯାତ୍ରା ଦେଖିବାକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଗୁରୁଣ୍ଡିଆ ଥାନା ସୋଲ ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇଯାଇଥିଲେ। ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Comments are closed.