୮ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସି ବିଭିନ୍ନ ଦଳର ବିଧାୟକ ଓ ସାଂସଦଙ୍କୁ ଭେଟିବେ ଏବଂ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ସମର୍ଥନ କରିବାକୁ କହିବେ। ଆଜି ଏହି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି।
ଏନ୍ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିବା ପରେ ସବୁ ରାଜ୍ୟ ଯାଇ ଭୋଟ ଭିକ୍ଷା କରୁଛନ୍ତି ଶ୍ରୀମତୀ ମୁର୍ମୁ। ଏହି କ୍ରମରେ ବିହାର, ଝାରଖଣ୍ଡ, ତାମିଲନାଡୁ ଓ ତେଲେଙ୍ଗାନା ଯାଇ ଭୋଟ ଭିକ୍ଷା କରିବା ପରେ ଓଡ଼ିଶା ଆସିବେ ଦ୍ରୌପଦୀ। ଏହାପରେ ସେ ଆନ୍ଧ୍ର ପ୍ରଦେଶ ଓ ଅନ୍ୟାନ୍ୟ ରାଜ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ଶ୍ରୀ ମହାନ୍ତି।
Comments are closed.