ଏହି ସବୁ ଜିଲ୍ଲାରେ କାଚିବ ବର୍ଷା

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳର ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଆହୁରି ୫ ଦିନ ପ୍ରର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ତେବେ ୧୨ ତାରିଖ ସକାଳ ଯାଏ ପାଣିପାଗ ବିଭାଗ ପକ୍ଷରୁ ୮ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହି ଜିଲାଗୁଡିକ ହେଲା-କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡା ଓ ମାଲକାନଗିରି । ସେହିଭଳି ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ।

Comments are closed.