ଏବର୍ଷ ଛାତ୍ର ସଂସଦ ନିର୍ବାଚନ ବନ୍ଦ
ଭୁବନେଶ୍ଵର : ଏବର୍ଷ ବି ହେବନି ଛାତ୍ର ସଂସଦ ନିର୍ବାଚନ। କଲେଜ ଓ ବିଶ୍ଵବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ କି କ୍ୟାମ୍ପସରେ ନେତା ବଛା ହେବେନି। ବରଂ ଯେଉଁଭଳି ପାଠପଢ଼ା ଚାଲିଛି ସେମିତି ଜାରି ରହିବ। ଅଗଷ୍ଟ ମାସରୁ ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ଜୁଲାଇ ଶେଷ ସପ୍ତାହ ସୁଦ୍ଧା ସ୍ନାତକୋତ୍ତର ସେମିଷ୍ଟର ପରୀକ୍ଷା ଶେଷ କରିବାକୁ କୁହାଯାଇଛି। କରୋନା ସମୟରେ ପ୍ରଭାବିତ ହୋଇଥିବା ପାଠପଢ଼ାରୁ ମୁକୁଳି କ୍ୟାମ୍ପସର ସ୍ଥିତି ଯେପରି ପୂର୍ବବତଃ ଜାରି ରହିବ ତାହାକୁ ନଜରରେ ରଖି ଏଭଳି ନିଷ୍ପତ୍ତି ହୋଇଛି।
ଏହାକୁ ମିଶାଇ ଲଗାତାର ୫ମ ବର୍ଷ ଲାଗି କ୍ୟାମ୍ପସରେ ନିର୍ବାଚନ ବନ୍ଦ ହେବାକୁ ଯାଉଛି। ୨୦୧୮ରେ ବାତ୍ୟା ‘ତିତିଲି’ ପାଇଁ ଅଧାରୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ ହୋଇଥିଲା। ନିର୍ବାଚନ ଯୋଗୁଁ କ୍ୟାମ୍ପସରେ ଅଶାନ୍ତି ସୃଷ୍ଟି ହେଉଥିବା ନେଇ ୨୦୧୯ରେ ବିଶ୍ବବିଦ୍ୟାଳୟ କୁଳପତି, ସରକାରୀ ଡିଗ୍ରି କଲେଜ, ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷମାନେ ମତ ପ୍ରକାଶ କରିବା ପରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ସ୍ଥିର ହୋଇଥିଲା। ୨୦୨୦ ତଥା ଗତବର୍ଷ କରୋନା ଯୋଗୁଁ କ୍ୟାମ୍ପସ ହିଁ ଆଦୌ ଖୋଲିପାରି ନ ଥିଲା।
Comments are closed.