ଜେଲ ଯିବେ ପଞ୍ଜାବ କଣ୍ଠଶିଳ୍ପୀ ଦଲେର ମେହନ୍ଦୀ,ଜାଣନ୍ତୁ କଣ ପାଇଁ

ମୁମ୍ବାଇ: ପଞ୍ଜାବର ଲୋକପ୍ରିୟ କଣ୍ଠଶିଳ୍ପୀ ଦଲେର ମେହନ୍ଦୀଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମାନବ ଚାଲାଣ ମାମଲାରେ କଣ୍ଠଶିଳ୍ପୀଙ୍କୁ ଗିରଫ କରିଛି ପଞ୍ଜାବ ପୁଲିସ। ଗୁରୁବାର ଦିନ ମାନବ ଚାଲାଣ ମାମଲାରେ ପଞ୍ଜାବର ପଟିଆଲା କୋର୍ଟ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ପରେ ପଞ୍ଜାବ ପୁଲିସ ଲୋକପ୍ରିୟ ପଞ୍ଜାବୀ କଣ୍ଠଶିଳ୍ପୀ ଦଲେର ମେହନ୍ଦୀଙ୍କୁ ଗିରଫ କରିଛି।

ସୂଚନା ମୁତାବକ, ୨୦୦୩ରେ ଦଲେର ମେହନ୍ଦୀ ଏବଂ ତାଙ୍କ ଭାଇଙ୍କ ବିରୋଧରେ ମୋଟ ୩୧ଟି ମାମଲା ରୁଜୁ ହୋଇଥିଲା। ମାନବ ଚାଲାଣ ନେଇ ତାଙ୍କ ବିରୋଧରେ ଏତଲା ରୁଜୁ ହେବା ପରେ ୨୦୧୮ରେ ଏହା ଶୁଣାଣି କରିଥିଲେ ପଟିଆଲା କୋର୍ଟ। ଶୁଣାଣି ସମୟରେ କଣ୍ଠଶିଳ୍ପୀଙ୍କୁ ୨ବର୍ଷ ଜେଲ ଦଣ୍ଡ ଦେଇଥିଲେ କୋର୍ଟ । ହେଲେ ପଟିଆଲା କୋର୍ଟ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ପରେ ଲୋକପ୍ରିୟ କଣ୍ଠଶିଳ୍ପୀ ଦଲେର ମେହନ୍ଦୀଙ୍କୁ ଜାମିନ ପ୍ରଦାନ କରାଯାଇଥିଲା।

Comments are closed.