ଭୁବନେଶ୍ୱରରେ ହେବ ସାଇନ୍ସ ସିଟି
ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ସାଇନ୍ସ ସିଟି । ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏହିଭଳି ଏକ ବଡ ନିଷ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ୱରରେ ପ୍ରତିଷ୍ଠା କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ଯୋଗାଇ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହାକୁ ଅନୁମୋଦନ କରିଛନ୍ତି ।
ଭୁବନେଶ୍ୱରରେ ସାଇନ୍ସ ସିଟି ଖୋଲିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଜ୍ଞାନ ଆହୁରି ବୃଦ୍ଧି ପାଇବ । ଏହାସହିତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ତଥ୍ୟ ଓ ତ୍ରୁଟିକୁ ସୁଧାରିବାରେ ସାଇନ୍ସ ସିଟି ସହାୟକ ହୋଇପାରିବ ।
ସେହିଭଳି ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନେଟୋରିୟମ୍ କେନ୍ଦ୍ର ପ୍ରତିଷ୍ଠା ହେବ । ସେଠାରେ ଜଗନ୍ନାଥ ସଂସ୍କୃତିର ସମସ୍ତ ତଥ୍ୟ ସ୍ଥାନ ପାଇବ । ସାତକୋଶିଆ ଅଂଚଳରେ ଜାତୀୟସ୍ତରୀୟ ବାୟୋସ୍ପିୟର ମୁ୍ୟଜିୟମ ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ବିଧାନସଭାରେ ଉତ୍ତର ରଖିଛନ୍ତି ।
Comments are closed.