କରୋନା ପଞ୍ଝାରେ ଓଡିଶା, ଆଜି ୯୫୪ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୯୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୫୫୩ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୩୯୨ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୦ଆକ୍ରାନ୍ତ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୯୯୨୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ ଜଣ, କଟକରୁ ୭୫ ଜଣ, ସମ୍ବଲପୁରରୁ ୫୩ ଜଣ, ସୋନପୁରରୁ ୩୭ ଜଣ, ମୟୂରଭଞ୍ଜରୁ ୩୨ ଜଣ, ନୟାଗଡ଼ରୁ ୨୭ ଜଣ, ପୁରୀରୁ ୨୦ ଜଣ, କଳାହାଣ୍ଡିରୁ ୧୮ ଜଣ, ରାୟଗଡ଼ାରୁ ୧୫ ଜଣ, ଜଗତସିଂହପୁରରୁ ୧୪ ଜଣ, ଯାଜପୁରରୁ ୧୩ ଜଣ, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ୧୨ ଜଣ ଲେଖାଁଏ, ବରଗଡ଼ ଓ ଗଜପତି ଜିଲ୍ଲାରୁ ୯ ଜଣ ଲେଖାଁଏ, ନୂଆପଡ଼ାରୁ ୭ ଜଣ, ଭଦ୍ରକ ଓ କୋରାପୁଟ ଜିଲ୍ଲାରୁ ୬ ଜଣ ଲେଖାଁଏ,ବାଲେଶ୍ବର ଓ ଝାରସୁଗୁଡ଼ା ଜିଲ୍ଲାର ୫ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୪ ଜଣ ଲେଖାଁଏ, ଦେବଗଡ଼ ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁଗୁଳ, ଢ଼େଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୭୬ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୦୮୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୩୧୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୫୩୭୪ଜଣ ସୁସ୍ଥ ହୋଇଛନ୍ତି ।
Comments are closed.