୨୧ରୁ ବଢିବ ବର୍ଷା
ଭୁବନେଶ୍ବର : ଓଡ଼ିଶା ଉପରେ ପାଣିପାଗର କୌଣସି ନିୟାମକ ସକ୍ରିୟ ନଥିବାରୁ ଆସନ୍ତା ୨ ଦିନ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। କିଛି ସ୍ଥାନରେ ସ୍ବଳ୍ପ ବର୍ଷାର ବି ସମ୍ଭାବନା ରହିଛି। ତେବେ ୨୧ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୨ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ୨୧ ତାରିଖରୁ କିନ୍ତୁ ରାଜ୍ୟରେ ବର୍ଷାର ପ୍ରଭାବ ପୁଣି ଆରମ୍ଭ ହୋଇଯିବ। ବିଶେଷ କରି ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, କଟକ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
ଏଣୁ ଏହିସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୨୨ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Comments are closed.