ମୋକିମଙ୍କୁ ହେବ କାରଣ ଦର୍ଶାଅ ନୋଟିସ୍,ଜାଣନ୍ତୁ କିଏ କହିଲେ

କଟକ: ରାଷ୍ଟ୍ରପତି ନିର୍ବାଚନ ପାଇଁ ସରିଛି ଭୋଟିଂ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଠାରୁ ଆରମ୍ଭ କରି ସମସ୍ତ ବିଧାୟକମାନେ ଭୋଟ ଦେଇଛନ୍ତି । ଏହାରି ମଧ୍ୟରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଭୋଟ ଦେଇଛନ୍ତି, ଯାହାକୁ ନେଇ କଂଗ୍ରେସରେ ହଇଚଇ ସୃଷ୍ଟି ହୋଇଛି । ଏହି ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।

ଶରତଙ୍କ କହିବା ମୁତାବକ, ‘ମୋକିମଙ୍କ କାର୍ଯ୍ୟ ସମ୍ପର୍କରେ ହାଇକମାଣ୍ଡଙ୍କୁ ଜଣାଇଛୁ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ । କାରଣ ଦର୍ଶାଅ ମାଗିପାରିବି, ଦସ୍ତାବିଜ ଅପେକ୍ଷାରେ ଅଛି ।’

ତେବେ ଦଳର ନିଷ୍ପତ୍ତି ବିରୋଧରେ ଯାଇ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି । ଏହା ପରେ ମୋକିମ କହିଥିଲେ ଯେ, ‘ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି । ସମ୍ବିଧାନର ସର୍ବୋଚ୍ଚ ପଦରେ ଜଣେ ଓଡ଼ିଆ ବସିବାକୁ ଯାଉଥିବାରୁ ଓଡ଼ିଆଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଆଉ ଭାବୁଛି ଭୋଟ ଦେଇ ମୁଁ ଠିକ୍ କରିଛି । ବିବେକ ଅନୁଯାୟୀ ଭୋଟ ଦେଇଛି ।’

Comments are closed.