ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ
ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ୍ । ସୁପ୍ରିମକୋର୍ଟରୁ ପ୍ରଶାନ୍ତଙ୍କୁ ଜାମିନ୍ ମିଳିଛି । ଏନେଇ ଆଇନଜୀବୀ ମାନସ ଚାନ୍ଦ ସୂଚନା ଦେଇଛନ୍ତି । ଜାମିନ୍ ମିଳିଥିଲେ ବି ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ ପ୍ରଶାନ୍ତ । ଯଦି ନିର୍ବାଚନ ମଣ୍ଡଳୀକୁ ଯିବେ, ତେବେ ଜିଲ୍ଲାପାଳଙ୍କ ଅନୁମତି ଜରୁରୀ । ୫ ଜଣରୁ ଅଧିକ ଲୋକଙ୍କୁ ନେଇ ସଭା ସମିତି କରିପାରିବେ ନାହିଁ । ତେବେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ନେଇ ପ୍ରଶାସ୍ତ ଗିରଫ ହୋଇଥିଲେ ।
Comments are closed.