ଆଜି ରାଜ୍ୟରେ ୬୬୨ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୧୮ ବର୍ଷ ବୟସ ମଧ୍ୟରେ ୧୦୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୭୨୪୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୫୨ ଜଣ, ସୁନ୍ଦରଗଡ଼ରୁ ୧୪୨ ଜଣ, ମୟୂରଭଞ୍ଜରୁ ୭୮ ଜଣ, ସମ୍ବଲପୁରରୁ ୪୮ ଜଣ, କଟକରୁ ୩୮ ଜଣ, କୋରାପୁଟରୁ ୧୫ ଜଣ, ଭଦ୍ରକଓ ସୋନପୁର ଜିଲ୍ଲରୁ ୧୩ ଜଣ ଲେଖାଁଏ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୧୨ ଜଣ ଲେଖାଁଏ, ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲା ୧୧ ଜଣ ଲେଖାଁଏ, ଜଗତସିଂହପୁରରୁ ୧୦ ଜଣ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରୁ ୯ ଜଣ ଲେଖାଁଏ, ଯାଜପୁରରୁ ୮ ଜଣ, ପୁରୀ ଓ ନବରଙ୍ଗପୁର ଜିଲ୍ଲାରୁ ୬ ଜଣ ଲେଖାଁଏ, ଦେବଗଡ଼ ଓ ଗଜପତି ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲ୍ରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୭୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୧୬୬୯ ଜଣ ସୁସ୍ଥ ହୋଇଛନ୍ତି ।
Comments are closed.