ଆଜି ଦେଶରେ ୨୦,୪୦୯ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ଦୁଇ ଦିନ ପଜିଟିଭ ମାମଲା ୨୦ ହଜାର ପାର୍ କରୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୨୦,୪୦୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ୨୨,୬୯୭ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୩,୦୯,୪୮୪କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୩,୯୮୮ରେ ପହଞ୍ଚିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୨୫୮ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୩ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୮,୬୩,୯୬୦ ଜଣଙ୍କୁ ଟିକା ଦିଆଯାଇଛି ।

Comments are closed.