କମିଲା ସୁନା ଦର, ଜାଣନ୍ତୁ କେତେ?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୬୦୦ ଟଙ୍କା କମି ୪୭,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୬୦ ଟଙ୍କା କମି ୫୧,୬୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୩୫୦ ଟଙ୍କା ଓ ୫୧,୬୫୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୩୫୦ ଟଙ୍କା ଓ ୫୧,୬୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୫୦ ଟଙ୍କା ଓ ୫୧,୮୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୩,୩୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୫୦ ଟଙ୍କା ଓ ୫୧,୬୫୦ ଟଙ୍କା ରହିଛି।

Comments are closed.