ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର : ଏହି ଦିନ ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍, ୧୮ ତାରିଖ ସୁଦ୍ଧା ମହିଳାଙ୍କ ଖାତାକୁ ଯିବ ୧୦ ହଜାର ଟଙ୍କା, ଉପକୃତ ହେବେ ୪.୫୭ ଲକ୍ଷ ମହିଳା
ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ଆସନ୍ତା ଜାନୁଆରୀ ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଉପକୃତ ହେବେ ନୂଆ ସୁଭଦ୍ରା ହିତାଧିକାରୀ । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ନୂଆ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ ।