ଜାନୁଆରୀ ୮ରୁ ଖୋଲିବ ସ୍କୁଲ, ଜାଣନ୍ତୁ କେବେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା?

ଭୁବନେଶ୍ୱର,୨ ।୧ : ରାଜ୍ୟରେ ସ୍କୁଲ ଖୋଲିବାକୁ ନେଇ ଚିନ୍ତାରେ ଥିବା ଛାତ୍ରଛାତ୍ର ଓ ଅଭିଭାବକଙ୍କ ପାଇଁ ଆସିଛି ଖୁସି ଖବର । ଚଳିତ ମାସ ଅର୍ଥାତ୍ ଜାନୁଆରୀ ୮ରୁ ସ୍କୁଲ ଖୋଲିବାକୁ ଯାଉଛି । ଜାନୁଆରୀ ଏପ୍ରିଲ ୨୮ ତାରିଖ ପର୍ଯ୍ୟନ୍ତ ପାଠପଢା ହେବ । ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ଜାନୁଆରୀ ୮ରୁ ଆରମ୍ଭ ହେବ । ୧୦୦ ଦିନ ପାଇଁ ପାଠପଢା ହେବ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ପାଠ ପଢିବାକୁ ଯିବେ । ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଘୋଷଣା ହୋଇଛି ।

ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରି ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କର ପାଠପଢ଼ା ଜାନୁଆରି ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବ। ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକଟିକାଲ୍ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବା ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

Comments are closed.