ରାଜ୍ୟରେ ଶୀତର ଲହରୀ : ୫ ଡିଗ୍ରୀ ଖସିଲା ପାରଦ
ଭୁବନେଶ୍ୱର, ୧୫ା୧ : ରାଜ୍ୟରେ କିଛି ଦିନର ବ୍ୟବଧାନ ପରେ ପୁଣି ଫେରିଛି ଶୀତ । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରାରେ ହ୍ରାସ ଘଟିଛି । ୧୨ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି । ଝାରସୁଗୁଡ଼ାର ତାପମାତ୍ରା ସର୍ବନିମ୍ନ ୮.୬ ଡିଗ୍ରୀ ଓ ଫୁଲବାଣୀର ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗତ ଦୁଇଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି । ସେହିପରି ଉପକୂଳବର୍ତ୍ତୀ ଅଞ୍ଚଳରେ ୨ରୁ ୩ ଡିଗ୍ରୀ ହ୍ରାସ ପାଇଛି । ଆଗାମୀ ୨ ଦିନରେ ରାଜ୍ୟର ତାପମାତ୍ରାରେ ହ୍ରାସ ଘଟିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ୧୬ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଜାରି ରହିବ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବିଶେଷକରି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଶୀତ ପ୍ରବାହ ଅଧିକ ଅନୁଭୂତ ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ରହିଛି । କିନ୍ତୁ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ପବନ ବୋହିବ । ଫଳରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ଥଣ୍ଡାର ପ୍ରକୋପ ଲାଗି ରହିବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେବ । ଉପକୂଳ ଓଡ଼ିଶାରେ ମଧ୍ୟ ଉତ୍ତର-ପଶ୍ଚିମ ଓଡ଼ିଶା ତୁଳନାରେ ଅଳ୍ପ ଥଣ୍ଡା ଅନୁଭୁତ ହେବ ।
Comments are closed.