ହଟ୍ଟଗୋଳ ଯୋଗୁଁ କାଲିଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର,୧୮ ।୨: ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ହେବାମାତ୍ରେ ବିରୋଧୀଙ୍କ ହଟ୍ଟଗୋଳ । ଧାନ ମଣ୍ଡି ଅବ୍ୟବସ୍ଥାକୁ ନେଇ ଗୃହ ମଝିରେ ପ୍ରତିବାଦ କଲେ ବିଜେପିର ସଦସ୍ୟବୃନ୍ଦ । ଏପରିକି ବଜେଟ୍ ଅଧିବେଶନ ନେଇ ରାଜ୍ୟପାଳଙ୍କ ଧନ୍ୟବାଦ ଅଭିଭାଷଣ ଉପରେ ଆଲୋଚନା ଚାଲୁଥିବାବେଳେ ବିଜେପି ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ । ବାଚସ୍ପତିଙ୍କ ପୋଡିୟମ ତଳେ ବିରୋଧୀ ବିଜେପି ସଦସ୍ୟ ପ୍ରତିବାଦ କରିଥିଲେ । ବାରମ୍ବାର ହଟ୍ଟଗୋଳ ଏବଂ ଗୃହରେ ନାରାବାଜି ଯୋଗୁଁ କାଲି ଯାଏଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
ସେହିପରି ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ହିଁ କଂଗ୍ରେସ ବିରୋଧ କରିବା ଆରମ୍ଭ କରିଦେଇଥିଲା । କୋଟିଆ ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟ ହଟ୍ଟଗୋଳ ଆରମ୍ଭ କରିଥିଲେ । ହଟ୍ଟଗୋଳ ଓ ନାରାବାଜି ପରେ କଂଗ୍ରେସ ସଦସ୍ୟ କକ୍ଷତ୍ୟାଗ କରିଥିଲେ ।
Comments are closed.