ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ?
ଭୁବନେଶ୍ୱର, ୨୩ା୨: ରାଜ୍ୟରେ କରୋନା ଭାଇରସର ଦ୍ୱିତୀୟ ଲହରୀ ନେଇ ଆଶଙ୍କା ରହିଛି । ଏଭଳି ପରିସ୍ଥିତିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସ୍କୁଲ ଖୋଲିବ ନାହିଁ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଆଜିଠାରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସ୍କୁଲ ଖୋଲିବା ନେଇ ଚର୍ଚ୍ଚା ହେଉଥିଲା । କିନ୍ତୁ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ମାମଲାରେ ପୁନର୍ବିଚାର କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି । ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ‘ ସୀମାନ୍ତ ଜିଲ୍ଲାଗୁଡିକରେ ନୋଡାଲ ଅଫିସର ପହଞ୍ଚିଛନ୍ତି । ସେଠାରେ କୋଭିଡ ନିୟମ ପାଳନ ନେଇ ତଦାରଖ କରୁଛନ୍ତି ।’
ତେବେ କିଛି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣାକୁ କଡ଼ାକଡ଼ି କରିଛନ୍ତି । କୋଭିଡ-୧୯ ଗାଇଡଲାଇନ୍ ପାଳନ କରିବା ନେଇ ଗତକାଲି ଅତିରିକ୍ତ ଶାସନ ସଚିବ ସମସ୍ତ ଡିଇଓମାନଙ୍କୁ ଚିଠି ଲେଖିଥିଲେ । କୋଭିଡ-୧୯ ଗାଇଡଲାଇନ ମାନିବା ପାଇଁ ସମସ୍ତ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସ୍କୁଲରେ ପାଠପଢ଼ା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟକ୍ରମକୁ ନିଷେଧ କରାଯାଇଛି ।
Comments are closed.