ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋଭିନ୍ଦ । ରାଷ୍ଟ୍ରପତି ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବାବେଳେ ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯଥା- ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ।
ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନେଇ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେପଟେ ଆଜି ରାଜଭବନରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି । କାଲି ରାଉରକେଲା ଓ ୨୨ରେ ପୁରୀ, କୋଣାର୍କ ଗସ୍ତର କାର୍ଯ୍ୟକ୍ରମ ରହିଛି । ସେହିପରି ରାଉରକେଲା ତିନି ଦିନିଆ ଗସ୍ତ ଅବସରରେ ଏନଆଇଟିର ସମାବର୍ରତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।
Comments are closed.