୪ ନେତାଙ୍କୁ ପିପିଲି ଦାୟିତ୍ୱ ଦେଲା ବିଜେଡି, ଜାଣନ୍ତୁ କାହାକୁ ?

ପିପିଲି : ପିପିଲି ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଛି । ଉପନିର୍ବାଚନ ପାଇଁ ୪ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ବିଜେଡି । ୪ ବରିଷ୍ଠ ନେତା ଯଥା- ଦେବୀ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି । ପିପିଲିରେ ରହି ନିର୍ବାଚନ ପରିଚାଳନା କରିବାକୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ଦଳର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ପକ୍ଷରୁ ସୂଚନା ମିଳିଛି ।

ତେବେ ନାମାଙ୍କନ ଦାଖଲ ସହ ପିପିଲିରେ ପ୍ରଚାର ବି ସରଗରମ ହେଲାଣି । ବିଜେଡିରୁ ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିର ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ଅଜିତ ମଙ୍ଗରାଜ ନିର୍ବାଚନ ରଣାଙ୍ଗନାକୁ ଓହ୍ଲାଇଛନ୍ତି । ପିପିଲି ଉପ ନିର୍ବାଚନ ପାଇଁ ମୋଟ ୧୫ ଜଣ ପ୍ରାର୍ଥୀ ନିଜର ନାମାଙ୍କନ ଦାଖଲ କରିଛନ୍ତି । ମୋଟ ୨୯ସେଟ ନାମାଙ୍କନପତ୍ର ଦାଖଲ ହୋଇଛି । ଆସନ୍ତା ୧୭ରେ ପିପିଲି ଉପ ନିର୍ବାଚନ ହେବ।

Comments are closed.