ନୂଆଗାଁ ବ୍ଲକରେ ସମୀକ୍ଷା ବୈଠକ ଅନୁଷ୍ଠିତ
ନୂଆଗାଁ( ପୁଷ୍ପଲତା ପ୍ରଧାନ) : ନୂଆଗାଁ ପଞ୍ଚାୟତ ସମିତି ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମୀକ୍ଷା ବୈଠକରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ଯୋଗଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଯେପରି ହିତାଧିକାରୀ ଉପକୃତ ହେବେ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।ତତ୍ ସହିତ ନବ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ମାନଙ୍କୁ ବିକାଶର ଗୁରୁ ମନ୍ତ୍ର ଦେଇଥିଲେ ବିଧାୟକ । ସମୀକ୍ଷା ବୈଠକରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ବିଡ଼ିଓ ପ୍ରମୋଦ କୁମାର ନାୟକ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,୧୬ ନଂ ଜିଲ୍ଲା ପରିଷଦ ସଭ୍ୟା ଜସ୍ମୀନ ଦାସ,୧୭ ନଂ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା ,ବ୍ଲକ୍ ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ ମଞ୍ଚାସୀନ ଥିବା ବେଳେ ନବ ନିର୍ବାଚିତ ସରପଞ୍ଚ ,ସମିତି ସଭ୍ୟ ,ସଭ୍ୟା ଙ୍କ ସହିତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Comments are closed.