ଦେଶରେ ଦିନକରେ ୨୧୨୪ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣାଧୀନ ରହିଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୧୨୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବୃଦ୍ଧି ହୋଇଥିଲେ ମଧ୍ୟ କୋରୋନା ଜନିତ ମୃତ୍ୟୁସଂଖ୍ୟା ମଧ୍ୟ ପୂର୍ବ ଦିନ ଅପେକ୍ଷା କମ୍ ରହିଛି । ଦିନକରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ୧,୯୭୭ ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ ୧୫ ହଜାର ତଳକୁ ଖସିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୪,୯୭୧ ରହିଛି ।

ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୦.୪୬% ରହିଛି । ଦେଶରେ ଏଯାବତ ୪୨,୬୦,୨,୭୧୪ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏବଂ ୫,୨୪,୫୦୭ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧,୯୨,୬୭,୪୪,୭୬୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

Comments are closed.