ରାଜ୍ୟରେ ଖସୁଛି କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୪ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ଜଣେ ରହିଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୧୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଁଏ, ବାଲେଶ୍ବରରୁ ୨ ଜଣ ଏବଂ କଟକରୁ ଜଣେ ଆକ୍ରାନ୍ତ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୫୫ ଜଣ ସୁସ୍ଥ ହୋଇଛନ୍ତି ।

Comments are closed.