ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସୋମବାର ଅପରାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବେ ।
ସେହିପରି ଏହି ଗସ୍ତ ଅବସରରେ ଆସନ୍ତା ୩୧ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା ସମ୍ଭାବନା ରହିଛି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ।
Comments are closed.