ଆସୁଛି ବଡ଼ ବନ୍ୟା

ଭୁବନେଶ୍ୱର : ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଭୟଙ୍କର ବନ୍ୟା ପରେ ଏବେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଦେଖାଦେଇଛି। ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବନ୍ୟା ସମ୍ଭାବନା ରହିଛି ବୋଲି ରବିବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା।

୨୦୦୮ରେ ସୁବର୍ଣ୍ଣରେଖାରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ଏସ୍‌ଆର୍‌ସି ସତର୍କ କରାଇ ଦେଇଛନ୍ତି।

ସେ କହିଛନ୍ତି, ଝାଡ଼ଖଣ୍ଡର ଗାଲୁଡ଼ିହି ବ୍ୟାରେଜ୍‌ ଗେଟ୍ ଦେଇ ପ୍ରାୟ ୬ ଲକ୍ଷ କ୍ୟୁସେକ ପାଣି ଆସୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ଜାମଶୋଳା ଘାଟରେ ସୁବର୍ଣ୍ଣରେଖା ଏବେ ବିପଦ ସଂକେତ ଠାରୁ ୪ମିଟର ଉପରେ ରହିଛି।  ବନ୍ୟା ହେଲେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ ପ୍ରଭାବିତ ହେବ। ଏହି ସବୁ ଅଞ୍ଚଳରେ ବନ୍ୟାର ପ୍ରକୋପ ଅଧିକ ରହିବ। ଆଜି ଅପରାହ୍ନରୁ ବନ୍ୟାର ପ୍ରଭାବ ପଡ଼ିବ ଓ ଏହା ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ରହିବ।

Comments are closed.