ଜୀ ସାର୍ଥକରେ ଦର୍ଶକଙ୍କ ସବୁଠୁ ଅଧିକ ପସନ୍ଦିତ ଧାରାବାହିକ ‘ତୁ ଖରା ମୁଁ ଛାଇ’ ରେ ଆସିଲା ନୂଆ ମୋଡ଼
ଲୋକପ୍ରିୟ ଓଡିଆ ଚ୍ଯାନେଲ ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ଧାରାବାହିକ ‘ତୁ ଖରା ମୁଁ ଛାଇ’ | ସୋମବାରରୁ ଶନିବାର ରାତି ୮:୩୦ ରେ ପ୍ରସାରିତ ଭିନ୍ନ ଧରଣର ଏହି ଧାରାବାହିକ କାହାଣୀର ମୁଖ୍ୟ ଚରିତ୍ରରେ ନଜର ଆସିଛନ୍ତି ଏଜେ ଓ ମାନିନୀ | ନଟଖଟି ଅଭିନେତ୍ରୀ ସ୍ମୃତିରେଖାଙ୍କୁ ମୁଖ୍ୟ ଭୂମିକା ମାନିନୀ ଚରିତ୍ରରେ ଦେଖିବାକୁ ମିଳିଥିବା ବେଳେ ମଡେଲିଂରୁ ନିଜର କ୍ୟାରିଅର ଆରମ୍ଭ କରିଥିବା ରଞ୍ଜନ ଏଜେ ଚରିତ୍ରରେ ନିଜର ଅଭିନୟର ର ଯାଦୁରେ ଓଡିଆ ଦର୍ଶକଙ୍କ ମନ ଜିତିପାରିଛନ୍ତି |
ଅକ୍ଷୟ ପରିଜା ପ୍ରଯୋଜିତ ଓ ବିଶ୍ଵରଞ୍ଜନ ମହାନ୍ତିଙ୍କ ନିର୍ଦେଶିତ ‘ତୁ ଖରା ମୁଁ ଛାଇ’ କାହାଣୀରେ ମାନିନୀ ଏକ ନଟଖଟି ଚରିତ୍ର ଟିଏ, ଯିଏ ସବୁ କାମ ବିଗାଡ଼ି ଦିଏ ହେଲେ ଅନ୍ୟମାନଙ୍କୁ ଖୁସିରେ ରଖିବାକୁ ଆଉ ହସେଇବାକୁ ତାକୁ ବହୁତ ପସନ୍ଦ | ତେଣୁ କରି ସେ କୁହେ ‘ବି ହ୍ଯାପି, ନୋ ବିପି’ | ଅଭିନୟ ଦୁନିଆରେ ନିଜକୁ ଏକ ସଫଳ ଅଭିନେତ୍ରୀ ଭାବେ ଦେଖିବା ତା ସ୍ବପ୍ନ ,ଆଉ ଏଜେ ଜଣେ ପରଫେସ୍କନିଷ୍ଟ ଯାହାକୁ ସବୁ ଜିନିଷ ପର୍ଫେକ୍ଟ ଦରକାର | ସେ ଜଣେ ସଫଳ ବ୍ୟବସାୟୀ ଓ ନିଜ କାମ ଠିକରେ ସାରିବା ତାଙ୍କ ଲକ୍ଷ୍ୟ |
କାହାଣୀରେ ଆସିଛି ନୂଆ ଏକ ମୋଡ଼, ଶାଶୁ ହିସାବରେ ନିଜକୁ ଏଜେ ଆଗରେ ପର୍ଫେକ୍ଟ କରିବା ପାଇଁ ଯାଇ ୩ ବୋହୁଙ୍କ ବିଛା ଯାଇଥିବା ଜାଲରେ ପଡୁଛି ମାନିନୀ | ଘରର ସବୁ ଦ୍ଵାୟିତ୍ଵ ପାଇଲା ପରେ ମାନିନୀ ନିଜକୁ ଏକ ଭଲ ବୋହୁ, ଶାଶୁମା ଓ ସ୍ତ୍ରୀ ହିସାବରେ ପ୍ରମାଣ କରିପାରିବ ତ ? କଣ ସତରେ କେବେ ଏକାଠି ହେଇପାରିବେ ଏଜେ ଓ ମାନିନୀ ? ଏମିତି ଅନେକ ପ୍ରଶ୍ନ ଓ ଉତ୍କଣ୍ଠା ବଢାଇଛି ଏହି ମେଗା ଧାରାବାହିକ | ସ୍ମୃତିରେଖା ଓ ରଞ୍ଜନଙ୍କ ଛଡ଼ା ସୌମ୍ୟା କାନୁନଗୋ, ଅରୁନ୍ଧତୀ ଦେବିକା, ସନ୍ଧ୍ୟାରଣୀ ବେହେରା, ଏମ ସୁମନ କୁମାର ଓ ପ୍ରିୟଙ୍କା ମହାପାତ୍ର ଏହି କାହାଣୀରେ ଏକ ଦମଦାର ଭୂମିକାରେ ଅଛନ୍ତି |
ପୂର୍ବରୁ ଜୀ ସାର୍ଥକର ପ୍ରତିଟି ମେଗା ଧାରାବାହିକ କୁ ମିଳିଛି ଦର୍ଶକଙ୍କ ଆଦୃତି | ଏଥରବି ‘ତୁ ଖରା ମୁଁ ଛାଇ’ କୁ ଓଡିଆ ଦର୍ଶକ ଭଲ ପାଇବା ଦେଇଛନ୍ତି ଓ ଆଗକୁ ଏହି ଧାରା ଜାରି ରହିବ ବୋଲି ଜୀ ସାର୍ଥକର ଚିଫ ଚ୍ଯାନେଲ ଅଫିସର ପ୍ରତୀକ ସିଲ୍ କହିଛନ୍ତି |
Comments are closed.