ପ୍ରେମ ପାଇଁ ବଳି ପଡିଲେ ସଫ୍ଟୱେୟାର ଇଞ୍ଜିନିୟର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଜଣେ ସଫ୍ଟୱେୟାର ଇଞ୍ଜିନିୟର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଶୈଳଶ୍ରୀ ବିହାରର ଏକ ଆପାର୍ଟମେଣ୍ଟରେ ସେ ଶୁକ୍ରବାର ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ଗତକାଲି ଘଟଣାଟି ସାମ୍ନାକୁ ଆସିଛି।

ମୃତ ଯୁବତୀଙ୍କ ନାଁ ଶ୍ୱେତା ଉତ୍କଳ କୁମାରୀ। ତାଙ୍କ ଘର ଭଦ୍ରକରେ। ସେ ଭୁବନେଶ୍ୱରରେ ଏକ ପ୍ରତିଷ୍ଠିତ କମ୍ପାନୀରେ ଚାକିରି କରୁଥିଲେ।

ଶୁକ୍ରବାର ବିଳମ୍ବିତ ରାତିରେ ଶ୍ୱେତା ରୁମ୍‌ ଭିତରେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଗତକାଲି ଘର ଲୋକେ ତାଙ୍କୁ ଫୋନ୍ କରିଥିଲେ। କିନ୍ତୁ ତାଙ୍କ ମୋବାଇଲ ସୁଇଚ ଅଫ୍ ଥିଲା। ଶ୍ୱେତାଙ୍କ ସହିତ ଯୋଗାଯୋଗ କରିବାରେ ବିଫଳ ହେବା ପରେ ପରିବାର ଲୋକେ ଚନ୍ଦ୍ରଶେଖରପୁର ଥାନା ପୁଲିସ୍‌କୁ ଖବର ଦେଇଥିଲେ। ଏହା ପରେ ପୁଲିସ ଶ୍ୱେତା ରହୁଥିବା ଆପାର୍ଟମେଣ୍ଟକୁ ଯାଇଥିଲା।

Comments are closed.