ବରଯାତ୍ରୀ ଗାଡି ଦୁର୍ଘଟଣାରେ ଚାଲିଗଲା ଜୀବନ
ଠାକୁରମୁଣ୍ଡା : ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ତରାମରା ନାଳ ପୋଲ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବରଯାତ୍ରୀ ନେଇ ଫେରୁଥିବା ବୋଲେରୋଟି ରାସ୍ତାକଡ଼ ଗଛରେ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ଗୁରୁତର ଥିବାର ଜଣାଯାଇଛି। ଅନ୍ୟ କେତେକ ଯାତ୍ରୀ ଆହତ ହୋଇଥିବାର ଜଣାପଡ଼ିଛି। ଦୁର୍ଘଟଣା ପରେ ସମସ୍ତଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।
ସେଠାରେ ଡାକ୍ତର ୨ ଜଣକୁ ମୃତ ଘୋଷଣା କରିଥିଲେ। ମୃତକ ୨ ଜଣ ହେଲେ ଠାକୁରମୁଣ୍ଡା ବ୍ଲକ ଧାତିକିଡ଼ିହା ପଞ୍ଚାୟତ ଅଧିନସ୍ଥ ଗୋଡ଼ଭଙ୍ଗା ଗ୍ରାମର କ୍ଷେତ୍ରବାସୀ ମହାରଣା (୬୨) ଓ କୁଳମଣି ମହାରଣା (୫୫)। ଗୁରୁତର ଥିବା ବୋଲେରୋ ଡ୍ରାଇଭର ସାତକୋଶିଆ ଗ୍ରାମର ପ୍ରଶାନ୍ତ କୁମାର ପତିଙ୍କୁ ଘଷିପୁରା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।
Comments are closed.