ଫୋଟ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡ଼କ ଦୁର୍ଘଟଣ ମୃତ୍ୟୁ
ଭୁବନେଶ୍ବର: ଆଜି ସକାଳେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ଘଟିଥିବାର ଖବର ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା। ତାଙ୍କର୧୦ ବର୍ଷର ଏକମାତ୍ର ଝିଅ ଓ ପତ୍ନୀ କଳ୍ପନା ଅଛନ୍ତି।
ସୂଚନା ଅନୁଯାୟୀ, ରଥଯାତ୍ରାର ଖବର ସଂଗ୍ରହ ପାଇଁ ଅଶୋକ ପଣ୍ଡା ନିଜ ବାଇକରେ ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଏହାଫଳରେ ତାଙ୍କର ଘଟଣାସ୍ଥଳରେ ସେ ଛିଟିକି ହୋଇପଡ଼ିଥିଲେ। ସେଠାରୁ ତାଙ୍କୁ ରାଜଧାନୀର କ୍ୟାପିଟାଲ୍ ହସ୍ପିଟାଲକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୈନିକ ଖବରକାଗଜ ‘ସମୟ’ ସହ ଦୀର୍ଘ ଦିନ ଧରି ଜଡ଼ିତ ଥିଲେ। ଏହାଛଡ଼ା ସେ କେତେକ ଜାତୀୟ ସମ୍ବାଦପତ୍ରରେ ବି କାର୍ଯ୍ୟ କରିଥିଲେ।
ସ୍ବର୍ଗତ ପଣ୍ଡାଙ୍କ ଘର ମୟୁରଭଞ୍ଜ ଜିଲ୍ଲାର ବୈଶିଙ୍ଗାରେ। ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଅକାଳ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି।
Comments are closed.