ଶପଥ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଜ୍ୟପାଳ

ପୁରୀରେ ରାଜ୍ୟପାଳ ରଘୁବର ଦାସ । ରାଜ୍ୟପାଳ ଭାବେ ଦାୟିତ୍ବ ନେବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ରାଜ୍ୟପାଳ । ସପରିବାର ସହ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ।

ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସମେତ ସେବାୟତଙ୍କ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ବାଗତ କରି ଶ୍ରୀମନ୍ଦିର ଭିତରକୁ ପାଛୋଟି ନିଆଯାଇଥିଲା । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରାଜଭବନ ଯାଇଥିଲେ ରାଜ୍ୟପାଳ । ସେଠାରେ ତାଙ୍କୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇଛି । ଗତକାଲି ଓଡ଼ିଶାର୨୬ ତମ ରାଜ୍ୟପାଳ ଭାବେ ଶପଥ ନେଇଥିଲେ ରଘୁବର ।ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ସରିବା ପରେ ତାଙ୍କୁ ନୂଆ ନିଯୁକ୍ତି ମିଳିଛି ।

Comments are closed.